Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରବିବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ

11/09/2021 at 7:40 PM

ମେଷ – ଆକସ୍ମିକ ଅନିତୁ ଦୂରକୁ ଯାତ୍ରା, ପଡୋଶିନୀଙ୍କ ସହ ମତାନ୍ତର, ଆନୁଷ୍ଠାନିକ କାର୍ଯ୍ୟରେ ପ୍ରେରଣା ପାଇବେ । ଉଦ୍ୟମର ସଫଳତା ପ୍ରାପ୍ତି ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବୃଷ – ଆଜି ଘରେ ଯେମିତି ବାହାରେ ମଧ୍ୟ ସେମିତି ସବୁଠି ଆଦର ଓ ସମ୍ମାନ, ପ୍ରଶଂସା ମଧ୍ୟରେ ମନ ଖୁସି ହୋଇଯିବ । ଅନ୍ୟ ଦ୍ୱାରା ଧନ ହାନିର ସୂଚନା ପ୍ରତି ସତର୍କ ରହିବା ଭଲ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ମିଥୁନ – କଳହ ଠାରୁ ନିଜକୁ ମୁକ୍ତ ରଖି ପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶ୍ରମ ଯେତେ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବହୁ ମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ – ଅଭାବ ନ ଥିଲେ କ’ଣ ହେଲା ହାତ ଖାଲି ରହିବା ଫଳରେ କିଣିବାକୁ ଇଚ୍ଛା ଥିଲେ ମଧ୍ୟ କିଣି ପାରିବେ ନାହିଁ । ପରିସ୍ଥିତି ବଶତଃ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ – ପରୋପକାରୀ ,ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ଚିତ୍ତ ସନ୍ତୁଷ୍ଟ ହେବ । ଅତି ସୁଖୀ ହୋଇପାରନ୍ତି । ବିବିଧ ଧନଯୁକ୍ତ ଓ ସହିଷ୍ଣୁ ମୌମ୍ୟ ମୂର୍ତ୍ତି ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା – ବହୁ ଶୁଭଫଳ ଆଶା କରାଯାଏ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ଏବଂ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଭଲ ଆୟ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ସହ ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ତୁଳା – ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ବାଧା-ବିଘ୍ନ ଉପୁଜି ପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା – କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ – ଯାହା ଇଚ୍ଛା କରିବେ; ତାହା ପାଇପାରନ୍ତି । କର୍ତ୍ତବ୍ୟନିଷ୍ଠ ହେବେ । ଶୁଭ ଖବରରେ ମନ ଉଲ୍ଲସିତ ହୋଇପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆର୍ଥିକ ସ୍ଥିତି ଅଧିକ ମଜଭୁତ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମକର – ସେବା-ପୂଜାକୁ ଆଦରି ନେଇପାରନ୍ତି । କ୍ଷମତାରେ ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶ୍ରବଣ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କୁମ୍ଭ – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବାକୁ ପଡିବ । ଯାନବାହନ ଚଳାଚଳ, ଉଚ୍ଚ ସ୍ଥାନ ଆରୋହଣ ଓ ଜଳଯାତ୍ରାରେ ସତର୍କ ରହିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମୀନ – ଆଜି ଅବୁଝା ସନ୍ତାନ, ଅନାଦର ଆମନ୍ତ୍ରଣ , ଅଯଥା ତର୍କ ଜନିତ ବ୍ୟସ୍ତତା ବୃଦ୍ଧି ପାଇବ । କିନ୍ତୁ ମଙ୍ଗଳଙ୍କ ସୁପ୍ରଭାବରୁ ଆର୍ଥିକ ଉନ୍ନତି ହେବ । ସଭା ସମିତି କ୍ଷେତ୍ର ଉତ୍ତମ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

   Related Posts