ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ମାଲକାନଗିରିରେ କମ୍ୱିଂ ବେଳେ ପୋଲିସକୁ ସଫଳତା, ମାଓ କ୍ୟାମ୍ପ ଠାବ
  • ||

ପୁଲଓ୍ବାମାରେ ଭୟଙ୍କର ବସ୍ ଦୁର୍ଘଟଣା; ବିହାରର ୪ ଯାତ୍ରୀ ମୃତ, ୨୮ ଆହତ

19/03/2023 at 2:03 PM

ଶ୍ରୀନଗର: ଜାମ୍ମୁ-କାଶ୍ମୀର ପୁଲଓ୍ବାମାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି । ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି ।

ଜାମ୍ମୁ-କାଶ୍ମୀର ପୋଲିସର ସୂଚନା ଅନୁଯାୟୀ, ଦକ୍ଷିଣ କାଶ୍ମୀର ପୁଲଓ୍ବାମା ଜିଲ୍ଲାର ବାରସୁ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଶ୍ରୀନଗର- ଜାମ୍ମୁ ଜାତୀୟ ରାଜପଥରେ ଦ୍ରୁତ ଗତିରେ ଆସୁଥିବା ଏକ ଯାତ୍ରବାହୀ ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ୪ଜଣ ପ୍ରାଣ ହରାଇଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୩ଜଣ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଅନ୍ୟପଟେ ମୃତ ୪ଜଣଙ୍କ ଘର ବିହାର ବୋଲି ଜଣାପଡ଼ିଛି ।

ଦୁର୍ଘଟଣାକୁ ନେଇ ଉପ-ରାଜ୍ୟପାଳ ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ଉତ୍ତମ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବିହାରର ମୃତକ ପରିବାରଙ୍କ ସହିତ ସମ୍ପର୍କ କରାଯାଉଛି ବୋଲି ଉପ-ରାଜ୍ୟପାଳ ମନୋଜ ସିହ୍ନ ଟ୍ବିଟ୍ କରି କହିଛନ୍ତି । ମୃତକଙ୍କ ପରିବାରକୁ ଏକ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଗୁରୁତର ଭାବେ ଆହତ ହୋଇଥିଲା ଯାତ୍ରୀଙ୍କୁ ୨୫ ହଜାର ଓ ସାମାନ୍ୟ ଆହତଙ୍କୁ ୧୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।

   Related Posts