Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ରାଜ୍ୟର ସାମ୍ବାଦିକଙ୍କ ଲାଗି ରାଜ୍ୟ ସରକାରଙ୍କ ବଡ ଘୋଷଣା

8/06/2018 at 12:26 AM

ରାଜ୍ୟର ସାମ୍ବାଦିକଙ୍କ ଲାଗି ରାଜ୍ୟ ସରକାରଙ୍କ ବଡ ଘୋଷଣା । କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାର ଲାଗି ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗୁ କରିବା ପରେ ଆଜି ରାଜ୍ୟ ସରକାର ପୁଣି କିଛି ସ୍କିମ ଘୋଷଣା କରିଛନ୍ତି । କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କାର ମୃତ୍ୟୁକାଳୀନ ସହାୟତା । ସ୍ବାସ୍ଥ୍ୟ ବୀମା ଥିବା ସାମ୍ବାଦିକଙ୍କ ଚିକିତ୍ସା ଲାଗି ୨ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେଲେ ସ୍ବାସ୍ଥ୍ୟଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଅନୁମତି କ୍ରମେ ଅଧିକ ସହାୟତା ମିଳିବ। ଏହା ଛଡା ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହ ଋଣ ଉପରେ ୩ ପ୍ରତିଶତ ସୁଧ ଛାଡ ହେବ । ଋଣ କରିଥିବା ସାମ୍ବାଦିକ ତାଙ୍କର ନିୟମିତ ଦେୟ ପ୍ରଦାନ କରିସାରିବା ପରେ ଏହି ଛାଡ ରାଶି ପ୍ରତିବର୍ଷ ପ୍ରଦାନ କରାଯିବ । ୪ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚାରି ଚକିଆ ଯାନ ଋଣ ଉପରେ ୩ ପ୍ରତିଶତ ସୁଧ ଛାଡ ମିଳିବ । ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଦୁଇ ଚକିଆ ଯାନ ଋଣ ଉପରେ ୩ ପ୍ରତିଶତ ସୁଧ ଛାଡ ସୁବିଧା ମିଳିବ । କୌଣସି କାରଣରୁ ସଂପୂର୍ଣ୍ଣ ଅକ୍ଷମ ହେଲେ ସାମ୍ବାଦିକଙ୍କୁ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି । କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ସୋମାନଙ୍କ ପିଲାଙ୍କ ଶିକ୍ଷା ଲାଗି ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଦଶମ ଶ୍ରେଣୀ ଯାଏ ମାସିକ ୧୫ଶହ ଟଙ୍କା ଏବଂ ଉଚ୍ଚଶିକ୍ଷା ପାଇଁ ପ୍ରତି ମାସରେ ୨୫ଶହ ଟଙ୍କାର ସହାୟତା ରାଶି ମିଳିବ। କାର୍ଯ୍ୟରତ ସାମ୍ବାଦିକଙ୍କ ଦକ୍ଷତା ବୃଦ୍ଧି ପାଇଁ କ୍ରାସକୋର୍ସ କଲେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ରାଶି ମିଳିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।

Leave a Reply

   Related Posts