ଯାଜପୁର ବସ୍‌ ଦୁର୍ଘଟଣା: ୩୦ରୁ ଅଧିକ ଆହତ, ୫ ମୃତ, ୩ ଲକ୍ଷ ଅନୁକମ୍ବା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 15, 2024 IST

ଯାଜପୁର: ଯାଜପୁର କୁଆଖିଆ ନିକଟରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଓଭର ବ୍ରିଜ ତଳକୁ ଯାତ୍ରୀବାହୀ ବସ୍ ଓଲଟିପଡ଼ିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୩୦ରୁ ଅଧିକ  ଆହତ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। 


ମିଳିଥିବା ସୂଚନା ଅନୁସାରେ କାଳିଆନନା ନାମକ ଏକ ବସ୍ ଅପରାହ୍ନ ୪ଟା ବେଳେ ପୁରୀରୁ ପଶ୍ଚିମବଙ୍ଗ ହଳଦିଆ ଅଭିମୁଖେ ଯାଉଥିଲା। ହେଲେ କୁଆକିଆ ବାରବାଟୀ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ରେ ପ୍ରାୟ ଜଣ ୫୦ରୁ ଅଧିକ ଯାତ୍ରୀ ଥିଲେ।।

ଦୁର୍ଘଟଣା ପରେ ଘଟଣା ସ୍ଥଳରେ ପ୍ରଥମେ ସ୍ଥାନୀ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ୪୦ ଜଣଙ୍କୁ ପ୍ରଥମେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ମଧ୍ୟରୁ ୨୫ ଜଣ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।  ଏମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ସିଡିଏମ ଓ ଗୋଟିଏ ଟିମ ସହ ଦୁର୍ଘଟଣାସ୍ଥଳକୁ ପହଞ୍ଚି ସ୍ଥିତି ପରଖିଥିଲେ।   

ପଢ଼ନ୍ତୁ-ପଇକମାଲ ଥାନା ଅଞ୍ଚଳରେ ଲାଗିଲା ମାଓପୋଷ୍ଟର, ପୋଲିସ ଇନଫର୍ମରଙ୍କୁ କଲେ ତାଗିଦ

ବସ୍‌ ଦୁର୍ଘଟଣା ହେବା ପରେ ଖବର ପାଇ ତୁରନ୍ତ ପୁଲିସ୍‌ ଓ ଉଦ୍ଧାରକାରୀ ଟିମ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।।ସ୍ଥାନୀୟ ଏସପି ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ଉଦ୍ଧାର କାର୍ଯ୍ୟରେ ୧୬ଟି ଆମ୍ବୁଲାନ୍ସ ଓ ୫ଟି କ୍ରେନକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ତେବେ ବସ୍‌ଟି କେଉଁ କାରଣୁ ତଳଖୁ ଖସିପଡ଼ିଲା ତାହା ସ୍ପଷ୍ଟ ହୋଇ ନାହିଁ। 

ଅନ୍ୟପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହିତ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି। 




ଏକ୍ସରେ ପୋଷ୍ଟ କରି ଧର୍ମେନ୍ଦ୍ର ଲେଖିଛନ୍ତି " ଯାଜପୁର କୁଆଖିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ ଘଟଣାରେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।"

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.