ଆସନ୍ତାକାଲିର ରାଶିଫଳ, ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 02, 2022 IST

ମେଷ–କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ, ପ୍ରଦ ପଦବୀ ଲାଭ ସଙ୍ଗକୁ ଲକ୍ଷ୍ୟ ହାସଲରେ ଅନୁଧାବିତ ହେବେ ।ଚାକିରି କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନିରବ ଚିନ୍ତକ ହୋଇପାରନ୍ତି । ପିଲାମାନେ ଆଧ୍ୟୟନରତ ହେବାର ସୂଚନା ମିଳୁଛି । ଦିନଟି ମଧ୍ୟମ ଧରଣର ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୫ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ –ସାହିତ୍ୟଚର୍ଚ୍ଚା, ଉତ୍ସବାନୁଷ୍ଠାନ, ମନୋରଞ୍ଜନ, ପରିବହନ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅର୍ଥ ଉପାର୍ଜନ ଅତ୍ୟଧିକ ହେବ । ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ଅଛି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ପାଇଁ କଳହ ସୃଷ୍ଟି ହୋଇପାରେ । ଅଧିକ ପରିଶ୍ରମ କଲେ ମଧ୍ୟ ତାର ଫଳ ପାଇବେ ନାହିଁ । ନ୍ୟାୟବାନ୍ ଓ ନିିରପେକ୍ଷ ହେବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ -ଭେଦଭାବ ଭୁଲି ଅନ୍ୟଙ୍କୁ ଆପଣେଇ ନେବାକୁ ଯଥାସାଧ୍ୟ ଚେଷ୍ଟା କରି ସଫଳ ହେବେ । ପରିକଳ୍ପନା ଅନୁଯାୟୀ କାର୍ଯ୍ୟ କରିପାରନ୍ତି । କାର୍ଯ୍ୟାଳୟରେ ସମ୍ମାନିତ ହେବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି । ଭଗବତ୍ ଚିନ୍ତକ ହେବେ । ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି ।ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ–ସମସ୍ୟାକୁ ବାଦ୍ ଦେଲେ ସାମଗ୍ରିକ ଦୃଷ୍ଟି କୋଣରୁ ଦିନଟି ଭଲରେ କଟିବ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । କୌଣସି କାରଣରୁ ଭୟାତୁର ହୋଇପାରନ୍ତି । ବିଷାଦଗ୍ରସ୍ତ ହୋଇପାରନ୍ତି, ମାତ୍ର ନୀତିନିଷ୍ଠ ହେବେ । ଯାନ-ବାହନ ସୁଖ ମିଳିପାରେ । ବିଶାରଦ ହେବା ଆଶା କରାଯାଏ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଆଗାମୀ ସମୟରେ କେତେକ ଦୀର୍ଘ ମିଆଦୀ କାର୍ଯ୍ୟ ପାଇଁ ଖସଡା ପ୍ରସ୍ତୁତି କରିପାରନ୍ତି । ପରିସ୍ଥିତି ଉତ୍ସାହଜନକ ହେବ । ଆଶ୍ୱସ୍ତି ମିଳିବ । ଆୟ ଉତ୍ତମ ଧରଣର ହେବ । ସରକାରୀ ବା ବନ୍ଧୁତ୍ୱର ଲାଭ ମିଳିବ । ଦାମ୍ପତ୍ୟ ଜୀବନରେ କଟୁତା ଆସିପାରେ, ଶାନ୍ତି ସହ କଥାବାର୍ତ୍ତା ହେଲେ ସମାଧାନ ମିଳିଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କନ୍ୟା – ବନ୍ଧୁ ମିଳନ ଓ ନୂତନ ବନ୍ଧୁ ସମ୍ପର୍କ କ୍ଷେତ୍ରରେ ଆଗ୍ରହ ପ୍ରକାଶ କରିବେ ।ନିଜର ଅଧିକାର ପ୍ରତି ସଚେତନ ହେବେ । ବ୍ୟୟ ବୃଦ୍ଧି ଘଟିପାରେ । ବିବାଦରେ ଭାଗ ନ ନେଇ ନିରବ ହେବା ବୁଦ୍ଧିମତାର କାର୍ଯ୍ୟ । ନିଜ ଲୋକ ଦୂରେଇ ଯାଇଥିଲେ, ଫେରି ପାଇବେ । ମଧୁର ବଚନରେ ପରକୁ ଆପଣାର କରିବେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା- ଆପଣ ଯେଉଁ କାମ ହାତକୁ ନେଇଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ସ୍ମରଣ ଶକ୍ତି ବୃଦ୍ଧି ହେବ । କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ଜ୍ଞାନ ଆହରଣ ପାଇଁ ଆଗ୍ରହୀ ହେବେ । ଶୁଭ ଖବର ପାଇ ଖୁସି କୋଇପାରନ୍ତି । କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା –ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବା ଠିକ୍ ହେବ ନାହିଁ । ଭ୍ରାତୃ ବିବାଦର ଅବସାନ ଘଟିବ । ଆୟ ବୃଦ୍ଧି ହେବାର ସୂଚନା ମିଳୁଛି । ସୁ-ସମ୍ବାଦ ପାଇଁ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନିକ ହେବେ ଓ ପ୍ରମୋସନ୍ ବି ହୋଇପାରେ । ଅର୍ଥ ପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ଧନୁ –ଆଜି ଆନୁଷ୍ଠାନିକ ସାହାର୍ଯ୍ୟ ଲାଭ କରି କାର୍ଯ୍ୟ କ୍ଷେତ୍ର ପ୍ରତି ଅନୁରକ୍ତି ବୃଦ୍ଧି ପାଇବ । ଧର୍ମ ଭାବନା ଶାନ୍ତି ଦାୟକ ହେବ । ଲୋକ ସଂପର୍କ ବୃଦ୍ଧି କଲେ ରାଜନୀତିରେ ସାହାୟକ ହୋଇପାରେ । କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତା ଅଭିବୃଦ୍ଧି ଘଟାଇ ତାର ସଦ୍ ବ୍ୟବହାର ଘଟାଇପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ଖର୍ଚ୍ଚଭାର ବୃଦ୍ଧି ହେତୁ ଆର୍ଥିକ ସମସ୍ୟା ଭିତରକୁ ଠେଲି ହୋଇଯାଇପାରନ୍ତି । ସତର୍କ ନ ରହିଲେ ବିପଦରେ ପଡିପାରନ୍ତି । ମନରେ ଉଦ୍‌ବେଗ ଜାତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ବ୍ୟବସାୟ ଲାଭଜନକ ହୋଇପାରେ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ - ଭୁଲ୍ ବୁଝାମଣା ଜନିତ ସାମୟିକ ମତାନ୍ତର ପାରିବାରିକ ପରିବେଶକୁ ଗମ୍ଭୀର କରି ଦେଇପାରେ । ସୁସ୍ଥ ଓ ନିରାମୟ ରହିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ର ସଫଳ ଓ ଉତ୍ସାହଜନକ ହେବ । ଶୁଭ କାର୍ଯ୍ୟ କରଣୀୟ ହେବେ ଓ ଆନନ୍ଦ ଉପଭୋଗ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମୀନ -ଦାମ୍ପତ୍ୟ ଜୀବନରେ ଅଶାନ୍ତି ଆସିପାରେ । ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ ।ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୁଳ ସାବ୍ୟସ୍ତ ହୋଇଛି । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.