ଆସନ୍ତାକାଲିର ରାଶିଫଳ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦିତାରୁ ସଫଳତା ପ୍ରାପ୍ତ ହେବ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 06, 2022 IST

ମେଷ– ଆଜି ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହ-ଯୋଗ, ସୁଖ, ସମ୍ମାନ ପାଇ ଖୁସି ହେବେ । ପୂର୍ବରୁ ଥିବା ବିବାଦ ପରିପ୍ରେକ୍ଷୀରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଅର୍ଥ ସମ୍ବନ୍ଧୀୟ ଆଲୋଚନା ସହ ବାଣିଜ୍ୟ,ବ୍ୟବସାୟ ଓ ପ୍ରତିଦ୍ୱନ୍ଦିତାରୁ ସଫଳତା ପ୍ରାପ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ – ନିର୍ମାଣ, ପ୍ରକାଶନ,ଗଣ ଯୋଗାଯୋଗ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ୱର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ସମସ୍ୟା ସମାଧାନ ପୂର୍ବକ କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବ । କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି ।ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

କର୍କଟ–ନିକଟ ସମ୍ପର୍କୀୟଙ୍କ ଠାରୁ ଅଯାଚିତ ସାହାର୍ଯ୍ୟ, ସହଯୋଗ ପ୍ରାପ୍ତ ହେବ । ସନ୍ତାନ ହେତୁକ ଦୁଶ୍ଚିନ୍ତାରେ ସାମୟିକ ମନ ଭାରାକ୍ରାନ୍ତ ରହିବ । ଆଜିର ଶୁଭ ଚନ୍ଦ୍ର ହେତୁ ସାମାଜିକ ସମ୍ମାନ ସହ ଲୋକସମ୍ପର୍କ ବୃଦ୍ଧି ହେବ । ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ସିଂହ –ବିବଦମାନ ପରିସ୍ଥିତି ସୃଷ୍ଟି ହେତୁ ପରିବାରରେ ସ୍ତ୍ରୀ ଙ୍କ ସହ ମତଭେଧ ଘଟିପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ । ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା – ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ । ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଆପଣଙ୍କ ଆକର୍ଷଣୀୟ କଥନଶୈଳୀ ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା- ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ନିଜ ଲୋକଙ୍କୁ ଭୁଲ୍ ବୁଝି ହଇରାଣରେ ପଡିପାରନ୍ତି । ଆଜିର ଯାତ୍ରା,ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦିତା ଓ କଚେରି ମାମଲା ପାଇଁ ସମୟର ଅନୁକୂଳତା ନାହିଁ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ଚିନ୍ତାରେ ରହିପାରନ୍ତି ।ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୪ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ଆଜି ହଠାତ୍ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ଆଲୋଚନା କ୍ଷେତ୍ରରେ ସଫଳତାର ଶୀର୍ଷରେ ଉପନୀତ ହେବେ ।ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଦ୍ଧି ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କୋଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ମନ ବିଚଳିତ ରହିବା କାରଣରୁ କେତେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଅସମର୍ଥ ହୋଇପାରନ୍ତି । ଆଜିର ଗ୍ରହସ୍ଥିତି ଆପଣଙ୍କ ସକାଶେ ପ୍ରତିକୂଳ ପରିବେଶ ସୃଷ୍ଟି କରିପାରେ । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ମକର – ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । କର୍ମଭାବସ୍ଥ ଚନ୍ଦ୍ର ପରିବାର ଓ କର୍ମକ୍ଷତ୍ରକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସହାୟକ ହେବ । ବାଣିଜ୍ୟ ଓ ପରିବହନରେ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

କୁମ୍ଭ - ଅଫିସରେ କିମ୍ବା ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।ଆପଣଙ୍କୁ ବନ୍ଧୁମାନେ ମନ ବୁଝିଲା ଭଳି କଥାମାନ କହି ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି । । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମୀନ - କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହେବ ।ସାଧାରଣ କଥା କେନ୍ଦ୍ର କରି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । । ଅନ୍ୟ ଉପରେ ନିର୍ଭର ନ କରି କେତେକ କ୍ଷେତ୍ରରେ ଆତ୍ମ ନିର୍ଭରଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.