ଚୌଦ୍ୱାରରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ
27/05/2019 at 10:16 AM

ଚୌଦ୍ୱାର ୨୭/୫ : ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଅରକ୍ଷିତ ସାହୁ । ସେ ଜଣେ ଦିନ ମଜୁରିଆ ଭାବେ କାମ କରୁଥିଲେ । ଗତକାଲି ସେ କାମକୁ ଯାଇଥିଲେ । ସେଠାରେ ସେ ଅସୁସ୍ତ ଅନୁଭବ କରିବାରୁ ଘରକୁ ଫେରି ଆସିଥିଲେ । ଘରଲୋକ ତାଙ୍କୁ କଟକ ଏସସିବି ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତୁରନ୍ତ ଅରକ୍ଷିତଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।