Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଭୁଶୁଡ଼ି ପଡ଼ିଲା ଶୀତଳ ଭଣ୍ଡାର କୋଠା; ଜଣେ ମୃତ, ଫସି ରହିଛନ୍ତି ୧୫

16/03/2023 at 5:43 PM

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ସମ୍ଭଲ ଜିଲ୍ଲା ଚନ୍ଦୌଉସୀରେ ଏକ ଶୀତଳ ଭଣ୍ଡାର କୋଠା ଭୂଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି। କୋଠାର ଧ୍ୱଂଶସ୍ତୁପ ଭିତରେ ୧୫ ଜଣ ଫସି ରହିଥିବା କୁହାଯାଉଛି। ଗୁରୁବାର ଏହି ଦୁର୍ଘଟଣା ଘଟିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି।

ଜିଲ୍ଲା ପ୍ରଶାସନ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ମିଳିତ ସହଯୋଗରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏସ୍‌ପି ଓ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ବୋଲି ମୁରାଦାବ ଡିଜିପି ଶାହଲାଭ ମାଥୁର କହିଛନ୍ତି। ତୁରନ୍ତ ଉଦ୍ଧାରା କାର୍ଯ୍ୟ ଓ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ମଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏହି ଟ୍ୱିଟ୍‌ରେ ଲେଖାଯାଇଛି “ ସମ୍ଭଲ ଜିଲ୍ଲା ଚନ୍ଦୌସୀରେ ଶୀତଳ ଭଣ୍ଡାର ଦୁର୍ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଜିଲ୍ଲା ପ୍ରଶାସନ, ଏସ୍‌ଡିଆର୍‌ଏଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ଘଟଣା ସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।” ଏହି ଘଟଣାରେ ୧୫ ଜଣ ଫସି ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସନ୍ଦେହ କରାଯାଉଛି।   

   Related Posts