ହାରୁଛି କରୋନା, ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୦ କରୋନା ପଜିଟିଭ୍

Published By : Prameya-News7 Bureau | April 27, 2022 IST

ଭୁବନେଶ୍ୱର ୨୭।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୩୮୩୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.