କାନ୍ଥ ପଡ଼ି ଆଶ୍ରମ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ହେବା ଘଟଣା, ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

Published By : Prameya-News7 Bureau | August 11, 2022 IST

କଟକ, ୧୧/୦୮: କାନ୍ଥ ପଡ଼ି ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ହେବା ମାମଲାରେ ରାୟ ଶୁଣାଇଛନ୍ତି କୋର୍ଟ । ୧୦ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହ କେନ୍ଦୁଝର ଜିଲ୍ଲାପାଳଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଥିବା ବେଳେ ୧୦ ଅକ୍ଟୋବର ସୁଦ୍ଧା କ୍ଷତିପୂରଣ ରିପୋର୍ଟ୍ ଦାଖଲ କରିବାକୁ କୋର୍ଟ କହିଛନ୍ତି । ସୂଚନା ଥାଉକି ୨୦୧୩ ମସିହା କୋହଲାବେଡ଼ା ଆଶ୍ରମ ସ୍କୁଲର କାନ୍ଥ ପଡ଼ି ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.