କଟକ ୧୬।୩ : କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଏସ୍‌ସିବି ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଫଳରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ସେମାନଙ୍କର ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି । ତେବେ ଏହି ଘଟଣାରେ ୧୦ ମୃତକଙ୍କ ପରିଚୟ ମିଳିଛି । ସେମାନେ ହେଲେ, ରମେଶ ପରିଡ଼ାଦାଶରୁ ମୁଣ୍ଡାଏମ୍.ଡି ନ୍ୟୁମଗୌରାଙ୍ଗ ବାରିକ, ଏସ୍ କେ ଅବଦୁଲ୍ ସତାର,ରବୀନ୍ଦ୍ର ଦାସ, ମଧୁସୂଦନ ଦଳାଇକୃଷ୍ଣଚନ୍ଦ୍ର ବିଶ୍ୱାଳ, ଚେରୁ ପରିଡ଼ା ଏବଂ ମେନକା ରାଉତ। ଏଭଳି ସ୍ପର୍ଶକାତର ଘଟଣା ସାରା ଦେଶବାସୀଙ୍କୁ ଶୋକରେ ବୁଡ଼ାଇ ଦେଇଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ଯାଏଁ ସମସ୍ତେ ଦୁଃଖ ପ୍ରକାଶ କରିଛନ୍ତି ।

ଏ ଖବର ବି ପଢ଼ନ୍ତୁ:- SCB ମେଡିକାଲରେ ବଡ଼ଧରଣର ଅଗ୍ନିକାଣ୍ଡ : ଚାଲିଗଲା ୧୦ ଜୀବନ, ଅନେକ ଗୁରୁତର !

SCB Fire Tragedy

ମିଳିଲା ୧୦ ମୃତକଙ୍କ ପରିଚୟ

ରମେଶ ପରିଡ଼ା

ଦାଶରୁ ମୁଣ୍ଡା

ଏମ୍.ଡି ନ୍ୟୁମ

ଗୌରାଙ୍ଗ ବାରିକ

ଏସ୍ କେ ଅବଦୁଲ୍ ସତାର

ରବୀନ୍ଦ୍ର ଦାସ

ମଧୁସୂଦନ ଦଳାଇ

କୃଷ୍ଣଚନ୍ଦ୍ର ବିଶ୍ୱାଳ

ଚେରୁ ପରିଡ଼ା

ମେନକା ରାଉତ

ଏ ଖବର ବି ପଢ଼ନ୍ତୁ:- SCB ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା

ଉଲ୍ଲେଖଯୋଗ୍ୟ ଯେ,ରବିବାର ବିଳମ୍ବିତ ରାତିରେ କଟକ ଏସ୍‌ସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଏତେ ବଡ଼ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ କିଛି ବରିଷ୍ଠ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହାସହ ମୃତାହତଙ୍କ ସଂପର୍କରେ ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ । ଏପରିକି ମୃତାହତଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇଥିଲେ । ତେବେ ଗୁରୁତରଙ୍କୁ ଉତ୍ତମ ଚିକିତ୍ସା ଦେବାଲାଗି ନିର୍ଦ୍ଦେଶ ଦେବା ସହ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଆଦେଶ ଦେଇଥିଲେ । ଏହାସହିତ ମୃତକଙ୍କ ପରିବାରକୁ CMRFରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ଏ ଖବର ବି ପଢ଼ନ୍ତୁ:-SCB ଅଗ୍ନିକାଣ୍ଡ: ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା, ଯିବେ ହସ୍ପିଟାଲ, ଆହତଙ୍କୁ ଭେଟିବେ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏସ୍‌ସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ମୁଁ ଦୁଃଖିତ । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛି । ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ନିର୍ଦ୍ଦେଶ ବି ଦେଇଛି । ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।