ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍

Published By : Prameya-News7 Bureau | August 20, 2019 IST

ସମ୍ବଲପୁର ୨୦|୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍  । ଏବେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ମହାନଦୀ ଉପର ମୁଣ୍ଡରେ ବର୍ଷା କମ୍ ହେଉଥିବାରୁ ଗେଟ୍ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୯.୪୫ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୯୬ ହଜାର ୮୩୬ କ୍ୟୁସେକ୍ ଜଳ । ସେହିପରି ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୩୯ ହଜାର ୮୪୬ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.