ଭକ୍ତଙ୍କୁ ପରିକ୍ରମାର ଦିବ୍ୟ ଅନୁଭୂତି, ୫ ଜିଲ୍ଲାରୁ ପୁରୀ ଆସିବେ ୧୦ ହଜାର ଭକ୍ତ

Published By : Prameya-News7 Bureau | January 29, 2024 IST

ପୁରୀ ୨୯।୦୧ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ।  ପୁରୀ ଆସି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ ସହ ପରିକ୍ରମା ପ୍ରକଳ୍ପ ବୁଲି ଦେଖିବେ ଶ୍ରଦ୍ଧାଳୁ। ଏଥିପାଇଁ ମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଯାତ୍ରୀଙ୍କ ରହିବା ଏବଂ ଖାଇବାର ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି ।

ଖବର ଅନୁଯାୟୀ, ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଥିଲା। ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ।

wp:html /wp:html

ସେହି ଆଧାରରେ ଜାନୁଆରୀ ୨୯ ତାରିଖ ମାନେ ଆଜିଠାରୁ ଠାରୁ ପର୍ଯ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି।ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ଵର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ। ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ ଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ଵରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟର କୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ।ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି।

ତେବେ ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ସକାଳ ୧୦ଟା ରେ ମୟୂରଭଞ୍ଜ, ବାଲେଶ୍ଵର, ୧୨ଟାରେ ଗଞାମ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ନୋଡ଼ାଲ ଅଫିସର ମାନଙ୍କୁ ନିୟୋଜିତ କରାଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

wp:embed {"url":"https://www.prameyanews7.com/bigg-boss-17-winner-munawar-faruqui/","type":"wp-embed","providerNameSlug":"prameya-news-7"}
https://www.prameyanews7.com/bigg-boss-17-winner-munawar-faruqui/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.