ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ନିଯୁକ୍ତି ପାଇବେ ୧୦ ହଜାର କନିଷ୍ଠ ଶିକ୍ଷକ। ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଯୁକ୍ତି ଦିଆଯିବ। ଫଳରେ ଦୀର୍ଘ ସମୟ ଧରି ଓଟିଇଟିରେ ପାସ୍ କରି ଚାକିରି ଅପେକ୍ଷାରେ ଥିବା ଆଶାୟୀଙ୍କ ପାଇଁ ଏହା ନିଶ୍ଚିତ ଭାବେ ଖୁସିର ଖବର ହେବ।
ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକଙ୍କୁ ନିୟୋଜିତ କରାଯିବ। ନିଯୁକ୍ତି ପ୍ରକ୍ରିୟାକୁ ସ୍ଵଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ ଚାଲୁ ରହିଥିବା କନିଷ୍ଠ ଶିକ୍ଷକ ୨୦୨୩ର ସମସ୍ତ ନିଯୁକ୍ତି ପ୍ରକ୍ରିୟା ଶେଷ ହେବା ପରେ ଯଥାଶୀଘ୍ର ନୂତନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ।
wp:heading {"level":4}Also read- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ବଢିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା
/wp:headingଏହା ପୂର୍ବରୁ ଆଜି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତିକ୍ରମେ ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ଦରମା ୭ ହଜାର ୪୦୦ ଟଙ୍କାରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।