ହଷ୍ଟେଲ୍‌ ଖାଦ୍ୟ ଖାଇ ଶହେରୁ ଅଧିକ ଛାତ୍ରୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

Published By : Prameya-News7 Bureau | July 05, 2022 IST

ରାଉରକେଲା, ୦୫।୦୭: ହଷ୍ଟେଲ୍‌ ଖାଦ୍ୟରେ ବିଷକ୍ରିୟା ହେତୁ ଶହେ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକର ଫଟା ଟାଙ୍ଗର ସେବାଶ୍ରମରେ ୨୦୦ ଛାତ୍ରୀ ଥିବା ବେଳେ ଏମାନଙ୍କ ମଧ୍ୟରୁ ପ୍ରାୟ ଶହେ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବା ପରେ ପ୍ରଥମେ ସମସ୍ତଙ୍କୁ ବଣେଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କିଛି ଛାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ସରକାରୀ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କାରାଯାଇଛି । ହଷ୍ଟେଲ ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା କୁହାଯାଉଥିବା ବେଳେ ହଷ୍ଟେଲ ଖାଦ୍ୟର ମାନକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ । କାହିଁକି ଏପରି ଘଟିଲା ସେ ନେଇ ତଦନ୍ତ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.