ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଆସନ୍ତାକାଲିର ରାଶିଫଳ, ବିଶ୍ୱସ୍ତ ଲୋକ ଠାରୁ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି, ଜାଣନ୍ତୁ କେମିିତି କଟିବ ଆପଣଙ୍କ ଦିନ

9/07/2022 at 6:48 PM

ମେଷ– ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ କରିପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ – କଚେରି ମାମଲାରେ ଶୁଣାଣି ବିଳମ୍ବ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ ।ପରିବାରର ସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି ।ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ ।ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କର୍ମକ୍ଷେତ୍ର ସମସ୍ୟା ବହୁଳ ହୋଇପାରେ । ବିଶ୍ୱସ୍ତ ଲୋକ ଠାରୁ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ଦୀର୍ଘ ଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ ।ପାରିବାରିକ ସଦ୍ଭାବ ଅକ୍ଷୁର୍ଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ତୁଳା – ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ।ନିଜର ଅବହେଳାଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭ ରଙ୍ଗୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବିଛା – ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ଆହ୍ୱାନ ଆସିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ –ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର –ପରିବାରରେ ବୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ବ୍ୟବସାୟ, ନିର୍ମାଣ, ଗୃହ, ଜମି. ପରିବହନ ପ୍ରଭୃତିରୁ ଖୁସି ରହିବେ । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୈନନ୍ଦିନ ଜୀବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ – ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେନି ।ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

   Related Posts