ଆଶ୍ଵସ୍ତିକର ଖବର: ଆଜି କରୋନାରୁ ସୁସ୍ଥ ହେଲେ ୧୧୮୨୧ ଆକ୍ରାନ୍ତ ସୁସ୍ଥ, ସୁନ୍ଦରଗର୍ଡରୁ ସର୍ବାଧିକ, ଜାଣନ୍ତୁ ବାକି ଜିଲ୍ଲାର ସ୍ଥିତି

Published By : Prameya-News7 Bureau | May 17, 2021 IST

ଭୁବନେଶ୍ଵର ୧୭।୦୫: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ରାଜ୍ୟ ପାଇଁ ଆଶ୍ଵସ୍ତିକର ଖବର ଯେ, ଗତ ଦୁଇ ଦିନ ହେବ ୧୧ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୧୮୨୧ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୨୬୩୫୩ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୋମବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

wp:html /wp:html

ସୁନ୍ଦରଗଡ ଜିଲ୍ଲାରୁ ରେକର୍ଡ ସର୍ବାଧିକ ୧୯୨୧ କୋଭିଡ୍-୧୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୧୫୯୬, କଟକ ଜିଲ୍ଲାରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୋଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡରୁ ୪୫୭, ଝାରସୁଗୁଡାରୁ ୪୪୨, ପୁରୀରୁ ୪୩୩,  ବଲାଙ୍ଗୀରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି।

wp:html /wp:html

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୭୫୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୭୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.