ଆସନ୍ତାକାଲିର ରାଶିଫଳ, ୩ଟି ଜାଗାରୁ ମିଳିବ ଧନ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 10, 2022 IST

ମେଷ– ବ୍ୟବସାୟ, ପରିବହନରେ ମାନମନାନ୍ତର ଦେଖା ଦେଇପାରେ । କୌଣସି ଘଟଣାକୁ ନେଇ ଆଜି ଆପଣଙ୍କ ମନ ଅଶାନ୍ତ ରହିପାରେ । ଅଫିସ୍‌ରେ ସାଧାରଣ କଥାକୁ କେନ୍ଦ୍ର କରି ଅଧସ୍ତନ କର୍ମଚାରୀ ସମସ୍ୟାକୁ ବୃଦ୍ଧି କରିପାରନ୍ତି । ଭୋଗବିଳାସ, ସାମାଜିକ ସମ୍ମାନ ଓ ବନ୍ଧୁ ସମ୍ପର୍କକୁ ପ୍ରାଧାନ୍ୟ ଦେଇ କାମ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବୃଷ – ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱ ଠିକ୍ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ ।ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ, ଯଦ୍ଦାରା ଜାଣିଶୁଣି ସବୁ କଥାରେ ନିରବ ରହିବାକୁ ପଡିବ । ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ - ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ ।କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଆଗାମି ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଆଲୋଚନା ତଥା ମାଲି ମକଦ୍ଦମାରେ ସଫଳତା ପାଇବେ ।ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – ସାମ୍ବାଦିକତା କ୍ଷେତ୍ରରୁ ସମ୍ମାନିତ ହେବାର ସୌଭାଗ୍ୟ ଅର୍ଜନ କରିବେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିବା କାରଣରୁ କ’ଣ କିଛି ଠିକ୍ କରିପାରିବେ ନାହିଁ । ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି । ସନ୍ତାନମାନଙ୍କ ଶୁଭ ଖବର ପାଇ ଖୁସି ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ସିଂହ – ଲକ୍ଷ୍ମୀ ଯୋଗ ପ୍ରଭାବରୁ ଅର୍ଥ ଓ ସମ୍ମାନ ପାଇବେ । ମନ ଭଲ ନ ଥିବା କାରଣରୁ ସାଧାରଣ କଥାରେ ମଧ୍ୟ ଟେନସନ୍ ବଢିଯିବ । ଅଧୈର୍ଯ୍ୟ ନ ହୋଇ ସ୍ଥିର ଭାବରେ କାମ କଲେ ପରିସ୍ଥିତି ମୁକାବିଲାରେ ସମର୍ଥ ହେବେ । ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କନ୍ୟା –ପଡୋଶୀଙ୍କ ଠାରୁ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ । ଆଜି ବନ୍ଧୁମାନଙ୍କ ସହାୟତା ଲାଭ କରି ସମସ୍ୟା ଗୁଡିକ ଆପଣାଛାଏଁ ସୁଧୁରି ଯିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ପରିଲକ୍ଷିତ ହେବାର ଆଶଙ୍କା ଦେଖା ଦେବ । ବନ୍ଧୁଙ୍କ ଆଶ୍ରୟ ନେଇପାରନ୍ତି, ଯାହାକି ଆପଣଙ୍କ କାମରେ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ-ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା – ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପାରିବାରିକ ଓ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ । ଦିନଟିରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗ ପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବାର ପରିସ୍ଥିତି ସୃଷ୍ଟି ହେବ । ଶୁଭ ରଙ୍ଗୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।

ବିଛା – ଆଜିର ଯାତ୍ରା, ବାଣିଜ୍ୟ ବହୁତ ଭଲ ରହିବ । କିନ୍ତୁ ପ୍ରତିଦ୍ୱନ୍ଦ୍ୱୀଙ୍କ ସହ ବିବାଦ ବଢାଇଲେ ନିଜକୁ ଅପଦସ୍ଥ ହେବାକୁ ପଡିପାରେ । ଆଜି ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ପାରିବାରିକ ପ୍ରତିରୋଧ ଓ ଖର୍ଚ୍ଚାନ୍ତକୁ ରୋକିପାରିବେ ନାହିଁ । ମାନସିକ ଅସ୍ଥିରତା ଲାଗି ରହିବା କାରଣରୁ ପ୍ରତ୍ୟେକ କାର୍ଯ୍ୟାବଳୀର ସଠିକ୍ ସମୀକ୍ଷା କରିବାରେ ପଛେଇ ଯାଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଅର୍ଥ ସାହାର୍ଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପର କ୍ଷଣରେ ଓଲଟା କଥା କହିପାରନ୍ତି ।ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ଘର କାମ ସାଙ୍ଗକୁ ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଦେବେ । ବ୍ୟବସାୟରେ ବ୍ୟସ୍ତ ରହି ଲାଭବାନ୍ ହେବେ । ଅନ୍ୟର କାନକୁହା କଥାକୁ ସତ ମଣି ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ବୁଝିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ଭୁଲ୍ ବୁଝାମଣା କାରଣରୁ ସମ୍ପର୍କ କ୍ଷୁର୍ଣ୍ଣ ହେବା କାରଣରୁ ଆତ୍ମୀୟଙ୍କ ପାଇଁ ଚିନ୍ତା ବଢିପାରେ । କର୍ମକ୍ଷେତ୍ରରେ ଫାଇଲ୍ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଂ ପ୍ରଭୃତିରେ ବ୍ୟସ୍ତ ରହିପାରନ୍ତି । ଜଞ୍ଜାଳ ବଢିବା କାରଣରୁ ପରିବାର ପ୍ରତି ବିମୁଖ ହୋଇପାରନ୍ତି । ନିର୍ଭର କରିବା ଦ୍ୱାରା ପୂର୍ଣ୍ଣମାତ୍ରାରେ କାମ ମଧ୍ୟ ହାସଲ ହୋଇ ନ ପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କୁମ୍ଭ - କର୍ମ ସ୍ଥାନରେ ବୁଧାଦିତ୍ୟ ଯୋଗ ପ୍ରଭାବରୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରି ନେବେ ।ସମସ୍ୟାର ସମାଧାନ, ନୈରାଶ୍ୟଜନକ ସ୍ଥିତିରେ ଆଶାର ସଞ୍ଚାର, ଅର୍ଥଲାଭ ଓ କାମ ହାସଲରେ ଅନୁକୂଳତା ପରିଲକ୍ଷିତ ହେବ । ଅନ୍ୟମାନେ ପଛରେ ସମାଲୋଚନାତ୍ମକ ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମୀନ - ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବା ମଉକା ଜୁଟିବ ।ଯାହା ଭାବୁଛନ୍ତି ତାହା କରି ଚାଳନ୍ତୁ, ମାତ୍ର ଆଜି କେବଳ କଳା, ଟେରା, ଟାଙ୍ଗରା ଓ ଦାନ୍ତୁରା ବ୍ୟକ୍ତିଙ୍କ ପ୍ରତି ସତର୍କତା ଅନଲମ୍ବନ କରିବା ଭଲ ହେବ । ଭାବୁଥିବା କାମଟିକୁ ଶେଷ କରିପାରିବା କ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମ୍‌ନା କରିବାକୁ ପଡିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.