ଭଦ୍ରକରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ; ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ

Published By : Prameya-News7 Bureau | October 29, 2018 IST

ଭଦ୍ରକ ୨୯|୧୦: ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି । ଭଦ୍ରକ ମେଡିକାଲ କଲେଜ ସଂଗ୍ରାମୀ ସେନା ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଏହି ବନ୍ଦକୁ ସମର୍ଥନ ଜଣାଇଛନ୍ତି ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ତେବେ ଏହି ବନ୍ଦ ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିଛି । ଆନ୍ଦୋଳନକାରୀଙ୍କ ଦ୍ବାରା ବନ୍ତ ଛକ ଓ ନୂଆ ବସଷ୍ଟାଣ୍ଡ ନିକଟରେ ରାସ୍ତା ଅବରୋଧ କରାଯାଇଛି ।  ଧାମନଗର, ଭଣ୍ଡାରିପୋଖରୀରେ ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିବା ସହ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ । ଏହା ଛଡା ଭଦ୍ରକ ରେଳଷ୍ଟେସନରେ ୨ଟି ଟ୍ରେନକୁ ଅଟକ ରଖିଛନ୍ତି ଆନ୍ଦୋଳନକାରୀ । ଭଦ୍ରକ-ବାଲୁଗାଁ ଡିଏମୟୁ ଓ ଯାଜପୁର-ହାୱଡା ପାସେଞ୍ଜେର ଟ୍ରେନ୍ ଅଟକି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.