ଦନ୍ତେୱାଡା ଜିଲ୍ଲାରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ, ୯ ଜଣଙ୍କ ଉପରେ ଥିଲା ୨୮ଲକ୍ଷ ଟଙ୍କାର ପୁରସ୍କାର

Published By : Prameya-News7 Bureau | July 11, 2025 IST

ମାଲକାନଗିରି ୧୧।୭: ମାଲକାନଗିରି-ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ୧୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ୯ ଜଣ ମାଓବାଦୀଙ୍କ ଉପରେ ମୋଟ୍ ୨୮ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ ଛତିଶଗଡ ସରକାର । ଏମାନେ ଦୀର୍ଘ ବର୍ଷ ଧରି ମାଓ ସଙ୍ଗଠନରେ ରହି ଅନେକ ହିଂସାକାଣ୍ଡରେ ଜଡିତ ଥିଲେ । 

ତେବେ ମାଓ ସଙ୍ଗଠନ ଦିନକୁ ଦିନ ଦୁର୍ବଳ ହେଉଥିବା ବେଳେ ସଙ୍ଗଠନର ବଡ଼ ନେତାଙ୍କ ମୃତ୍ୟୁ ପରେ ମାଓ ସଙ୍ଗଠନ ଦୁର୍ବଳ ହେବାରେ ଲାଗିଛି । ଏହାସହ ପୋଲିସ ପକ୍ଷରୁ ଘନ ଘନ ତଲାସି ଅଭିଯାନ ଯୋଗୁଁ ମାଓବାଦୀ ମାନେ ନିଜର ଜୀବନ ବଞ୍ଚାଇବା ପାଇଁ ଆତ୍ମସମର୍ପଣ କରିବାକୁ ଇଚ୍ଛା ପ୍ରକାଶ କରୁଥିବାରୁ ଏହି ୧୨ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତି । 

ଉଲ୍ଲେଖଯୋଗ୍ୟ ଯେ, ଛତିଶଗଡ଼ରେ ବର୍ତ୍ତମାନ ସୁଦ୍ଧା ୧୦୦୫ ଜଣ ନକ୍ସଲ ହିଂସାର ପଥ ଛାଡି ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୨୦୫ ଜଣ ପୁରସ୍କୃତ ନକ୍ସଲ ମଧ୍ୟ ସାମିଲ ଅଛନ୍ତି । ଆଗକୁ ଆହୁରି ଅନେକ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିବେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

ଗତ ୭ ତାରିଖରେ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିଲେ। ମୃତ ମାଓବାଦୀ ହେଉଛନ୍ତି PLGA ବାଟାଲିୟନ ନମ୍ବର ୧ର ଡେପୁଟି କମାଣ୍ଡର ସୋଡି କନ୍ନା ଓରଫ ପଦନାମ । ପଦନାମର ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା । 

ନ୍ୟାସନାଲ ପାର୍କ ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ୍‌ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି, ସିଆରପିଏଫ ଓ ଏସଟିଏଫ ବାହିନୀର ଜବାନ ମାନେ ସେଠାରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । 

You Can Read:

ଗୁଜରାଟ ବ୍ରିଜ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୭ ଜଣଙ୍କ ମୃତଦେହ ଉଦ୍ଧାର; ୩ ଜଣଙ୍କ ସନ୍ଧାନ ଜାରି, ୪ ଅଧିକାରୀ ନିଲମ୍ବିତ


 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.