ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨ କୋଭିଡ୍ ସଂକ୍ରମିତ

Published By : Prameya-News7 Bureau | June 13, 2022 IST

ଭୁବନେଶ୍ୱର ୧୩।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କୌଣସି ସଂକ୍ରମିତ ରହିନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୮୧୫୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.