ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ରାଜ୍ୟ କ୍ୟାବିନେଟ୍‌ରେ ୧୨ ପ୍ରସ୍ତାବ ଉପରେ ମୋହର, ଆପର୍ଟମେଣ୍ଟ ଓନରସିପ୍ ପ୍ରସ୍ତାବକୁ ମଞ୍ଜୁରୀ

9/03/2023 at 10:04 PM

Naveen Patnaik

ଭୁବନେଶ୍ବର, ୦୯/୦୩: ସରିଲା ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି। ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା । ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃନିଯୁକ୍ତି, ମୟୁରଭଞ୍ଜ ଜିଲ୍ଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଯିବା ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ ।

ସେହିଭଳି ନୟାଗଡ଼ରେ ବଲାଙ୍ଗୀ ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଂଜୁରୀ ମିଳିଥିବା ସୂଚନା ମିଳିଛି । ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବ, ଆପାର୍ଟମେଣ୍ଟ ଓନରସିପ୍ ବିଲ୍‌ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି।

   Related Posts