ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୩ ଜଣ କୋଭିଡ ପଜିଟିଭ୍

Published By : Prameya-News7 Bureau | June 06, 2022 IST

ଭୁବନେଶ୍ଵର ୦୬।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୪୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୧୩୫୮୫ ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.