ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୩୮ କରୋନା ପଜିଟିଭ୍

Published By : Prameya-News7 Bureau | March 03, 2022 IST

ଭୁବନେଶ୍ୱର ୦୩।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୪୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୪୪୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୦୨୪୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.