ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଆସନ୍ତାକାଲିର ରାଶିଫଳ, ପାରିବାରିକ ସମସ୍ୟା ଯୋଗୁ ମନ ଭାରାକ୍ରାନ୍ତ ରହିବ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

12/07/2022 at 7:02 PM

ମେଷ– ପରିବାରିକ ଓ କର୍ମକ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଅନେକାଂଶରେ ଭଲ ରହିବ । ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ, ବ୍ୟବସାୟିକ ଉତ୍କର୍ଷତା, ବନ୍ଧୁ ସମ୍ପର୍କରେ ଉନ୍ନତି ହେବ କିନ୍ତୁ ଜନ୍ମ ଚନ୍ଦ୍ର ହେତୁ ଯାତ୍ରା,ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିପାରେ । ଶୁଭ ରଙ୍ଗ ଆକାଶୀ ବାଦାମୀ । ଶୁଭ ଅଙ୍କ ୬ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ବନ୍ଧୁଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । କର୍ମାଧିପତି ଶୁଭଦୃଷ୍ଟି କାର୍ଯ୍ୟସାଦନ ପାଇଁ ଅନୁକୂଳ ରହିବ । କିନ୍ତୁ ନିଜ ଲୋକମାନଙ୍କ ଠାରୁ ସାହାର୍ଯ୍ୟ ଆଶା ମଉଳି ଯିବ । ଶୁଭ ରଙ୍ଗ ଫିକା ଲାଲ । ଶୁଭ ଅଙ୍କ ୪ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – ମାଙ୍ଗଳିକ କାମରେ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି । ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।ଧନାଧିପ ଏକାଦଶସ୍ଥ ଯୋଗୁ ଯାହା ଆଶା କରୁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଘରୋଇ କଳହ କୁ ନେଇ ଅଶାନ୍ତି ଲାଗି ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – କଳା, ସାହିତ୍ୟ, ସଙ୍ଗୀତ ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ବିଳମ୍ବରେ ପାଇବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି । ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିବାରେ ପଛାଇବେ ନାହିଁ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା – କର୍ମଭାବର ଶୁଭ ପ୍ରଭାବରୁ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ । ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କାମ କରିପାରନ୍ତି ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ବନ୍ଧୁ ସମ୍ପର୍କରେ ଲେଖାପଢାରେ ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ । ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହ-ଯୋଗ କରି ଖୁସି ରହିବେ । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଦ୍ୱାରା କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୧ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ଆଜି ଅଧିକାଂଶ ସମୟ ବିତିବ । ଏକାଦଶରେ ଅନ୍ୟ ଦୁଇଟି ଗ୍ରହ ସହ ରବି ଯୋଗୁ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଧନୁ – ବାଣିଜ୍ୟ ପରିବହନରେ ହଠାତ୍ କୌଣସି ବିବାଦିୟ ପରିସ୍ଥିତି ସୃଷ୍ଟି ହେବାର ସୁଚନା ରହିଛି । ଧନସ୍ଥାନକୁ ପାପଗ୍ରହର ଦୃଷ୍ଟି ହେତୁ ଆର୍ଥିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମରେ ଉତ୍ସାହିତ ହୋଇପାରିବେ ନାହିଁ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ସାମାଜିକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ତଥାପି ଶ୍ରବଣା ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କେତେକାଂଶରେ ସଫଳତା ପାଇପାରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ-ଧାର୍ମିକ ହେବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କୁମ୍ଭ – ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି । ପାରିବାରିକ ସମସ୍ୟା ବନ୍ଧୁଙ୍କ ସମ୍ମୁଖରେ ପ୍ରକାଶ କରିବାରେ ପଛେଇଯିବେ । କର୍ମକ୍ଷେତ୍ରରେ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଜମିଜମା ବିବାଦରେ ଉପକୃତ ହେବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ଦିନଟିର ଅଧିକାଂଶ ସମୟ କାର୍ଯ୍ୟବ୍ୟସ୍ତତା ମଧ୍ୟରେ କଟାଇବେ । ପାରିବାରିକ ସମସ୍ୟା ଯୋଗୁ ମନ ଭାରାକ୍ରାନ୍ତ ରହିବ । ଆରୋଗ୍ୟ ଲାଭ ସାଙ୍ଗକୁ ନୂତନ କର୍ମାରମ୍ଭ ସକାଶେ ଯୋଜନା ତିଆରି କରିପାରନ୍ତି । କାମଗୁଡିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

   Related Posts