ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୪ କରୋନା ପଜିଟିଭ୍

Published By : Prameya-News7 Bureau | May 12, 2022 IST

ଭୁବନେଶ୍ୱର ୧୨।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୯୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୮୫୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.