ଭଲ ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

Published By : Prameya-News7 Bureau | July 02, 2020 IST

ଭୁବନେଶ୍ୱର, ୦୨|୦୭:   ଗୁରୁବାର ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି ।

wp:html /wp:html

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଥିବା ବେଳେ ଖୋର୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ୬ଜଣ ଲେଖାଏଁ, ରାୟଗଡାରୁ ୫ ଜଣ, ଅନୁଗୋଳ, ଝାରସୁଗୁଡା ଓ ସୁନ୍ଦରଗଡରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ପୁରୀରୁ ୩ଜଣ ଲେଖାଏଁ, ବାଲେଶ୍ୱର, ନୟାଗଡ ଓ ଜଗତସିଂପୁରରୁ ୨ଜଣ ଲେଖାଏଁ ଓ ବରଗଡ ଓ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗୁରୁବାର ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.