ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୯ କୋଭିଡ୍ ପଜିଟିଭ୍

13/09/2022 at 9:16 AM

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୫୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୫୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୫୪୪୧୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts