ରବିବାରର ରାଶିଫଳ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ, ରହିଛି ଭ୍ରମଣ ସୁଯୋଗ
14/05/2022 at 7:43 PM

ମେଷ–ରବିବାର ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ହୋଇପାରନ୍ତି । ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ । କିନ୍ତୁ ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ – ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । ବନ୍ଧୁମିଳନ ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ,ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ । ଆପଣଙ୍କ ସରଳ ଓ ମଧୁର ବ୍ୟବହାର ଅନ୍ୟମାନଙ୍କୁ ଖୁସି କରିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।
ମିଥୁନ – ଦୁରଯାତ୍ରାରେ କକ୍ଷ୍ୟ ପୂରଣ ହେବା ସହ ମୂଲ୍ୟବାନ୍ ଜିନିଷ ପ୍ରାପ୍ତିର ସୁଯୋଗ ଲାଭ କରିବେ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ ,ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କରିତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କର୍କଟ –ପାରିବାରିକ ସ୍ଥିତି କେତେକାଂଶରେ ସନ୍ତୋଷଜନକ ନ ହୋଇପାରେ । ଆଜି ସକାଳ ସମୟଟି ଭଲରେ କଟିବା ସାଙ୍ଗକୁ ବିଶିଷ୍ଟ ସାନିଧ୍ୟ ଲାଭ କରିବେ । ଆନୁଷଙ୍ଗିକ ସାହାର୍ଯ୍ୟ, ସହଯୋଗ ମାଧ୍ୟମରେ ଅଫିସିଆଲ କାମଗୁଡିକ ସହଜ ଓ ସୁବିଧାରେ ହେବ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭରା ଦିନଟି ।
ସିଂହ – ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । କିନ୍ତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଉଚ୍ଚସ୍ଥ ରବି ପାପଗ୍ରହ ଦ୍ୱାରା ଆକ୍ରାନ୍ତ ହେବାରୁ ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
କନ୍ୟା – ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଆଜି ବ୍ୟବସାୟ, ପରିବହନ ପ୍ରଭୃତିରେ ସଫଳତା ଅର୍ଜନ କରିବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା – କର୍ମକ୍ଷେତ୍ରରେ କାମ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁମାନେ ସହ-ଯୋଗ କରିାବ ପାଇଁ ପ୍ରତିଶ୍ରୁତି ଦେବେ, କିନ୍ତୁ କିଛି କରିବେ ନାହିଁ । ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । ଶୁଭ ରଙ୍ଗକ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବିଛା – ନିଜ ଲୋକଙ୍କ ବ୍ୟତୀତ କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ । ରପ୍ତାନୀ ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ଘଟିବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪।
ଚାଷୀ- ଧୀର ସ୍ଥିର ପ୍ରକୃତିର ହୋଇପାରନ୍ତି ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଧନୁ – ବୃଥାଭିମାନ ଏବଂ କ୍ରୋଧମିଶ୍ରିତ ବ୍ୟବହାରରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ଆବଶ୍ୟକତା ପୁରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ମକର – ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ବହୁତ ସମ୍ଭାବନା ଅଛି । ଅତୀତ କଥା ଚିନ୍ତା କରି ମନ ଭଲ ରହି ନ ପାରେ । ପାରିବାରିକ ଜଞ୍ଜାଳ ବୃଦ୍ଧିଜନିତ ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଗଠନ ମୂଳକ ପ୍ରେରଣା ଦେଇ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ – ନିର୍ମାଣ, ଚୁକ୍ତିପତ୍ର, ମାଲିମୋକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ । ସକାଳୁ ସକାଳୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।
ଚାଷୀ- ସତର୍କରେ ଚାଳନ୍ତୁ ।
ମୀନ – କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖା ଦେବାର ଆଶଙ୍କା ରହିଛି । ପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ ଅସ୍ଥିରତା ସୃଷ୍ଟି କରିପାରନ୍ତି । କୌଶଳ ପ୍ରୟୋଗ କରି ନିଜ ଲୋକମାଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।