ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ସଂକ୍ରମିତ, ୧୦୫୨୩୧୮ରେ ପହଞ୍ଚିଲା ସଂଖ୍ୟା

16/12/2021 at 9:52 AM

ଭୁବନେଶ୍ୱର ୧୬।୧୨ : ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୮୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ୨୪୬୪୮୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts