ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୭୪ କୋଭିଡ୍ ପଜିଟିଭ୍

3/09/2022 at 9:12 AM

ଭୁବନେଶ୍ୱର ୦୩।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୨୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୭୨୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୧୯୯୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts