ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୭୯ କୋଭିଡ୍ ପଜିଟିଭ୍
5/09/2022 at 9:14 AM

ଭୁବନେଶ୍ୱର ୦୫।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୬୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 4th Sept
— I & PR Department, Odisha (@IPR_Odisha) September 5, 2022
New Positive Cases: 179
Of which 0-18 years: 30
In quarantine: 105
Local contacts: 74
(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 4
4. Bhadrak: 1
5. Balangir: 2
6. Boudh: 1
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ, ଷ୍ଟେଟ ପୁଲ୍ରୁ ୮ଜଣ ରହିଛନ୍ତି ।
24. Puri: 6
— I & PR Department, Odisha (@IPR_Odisha) September 5, 2022
25. Rayagada: 3
26. Sambalpur: 4
27. Sonepur: 5
28. Sundargarh: 27
29. State Pool: 8
New recoveries: 195
Cumulative tested: 33245663
Positive: 1328644
Recovered: 1317687
Active cases: 1723
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୭୬୮୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୪୫୬୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।