ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ସଂକ୍ରମିତ, ୧୦୫୩୦୨୦ରେ ପହଞ୍ଚିଲା ସଂଖ୍ୟା

20/12/2021 at 9:23 AM

ଭୁବନେଶ୍ୱର ୨୦।୧୨ : ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୦୨୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୮୩୮୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts