ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୯ ଜଣ କୋଭିଡ ପଜିଟିଭ୍

5/06/2022 at 9:12 AM

ଭୁବନେଶ୍ଵର ୦୫।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୦୪୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts