scan steel
web-baneer-728x90
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବାହାନଗା ଟ୍ରାଜେଡି ପାଇଁ ୧.୯୫ କୋଟି ଅଧିକ ଟଙ୍କା ମଞ୍ଜୁର, ୭ ଜିଲ୍ଲାର ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

6/06/2023 at 4:17 PM

ଭୁବନେଶ୍ୱର ୦୬/୦୬: ବାହାନଗା ରେଳ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ଓଡିଶାର ୩୯ ମୃତକଙ୍କ ପାଇଁ ଅନୁଦାନ । ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି । ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି।

ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଥାଉକି, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

   Related Posts