ଗୁରୁବାର ବାହାରିବ +୨ କଳା ଏବଂ ଧନ୍ଦାମୂଳକ ରେଜଲ୍ଟ
7/06/2023 at 7:21 PM

ଭୁବନେଶ୍ୱର ୦୭/୦୬: ଆସନ୍ତା କାଲି ପ୍ରକାଶ ପାଇବ +୨ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ। ଅପରାହ୍ଣ ୪ଟାରେ ସିଏଚଏସଇ ଆନୁଷ୍ଠାନିକ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। ଗତ ମେ’ ୩୧ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇଥିଲା।
ଚଳିତ ଥର ଯୁକ୍ତ ୨ ବିଜ୍ଞାନରେ ୮୪.୯୩% ପାସ୍ ହାର ରହିଥିବା ବେଳେ ବିଜ୍ଞାନରେ ମୋଟ ୯୩,୭୩୪ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୭୮, ୯୩୮ ଛାତ୍ରଛାତ୍ରୀ ଉତ୍ତିର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯, ୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪, ୨୫୭ ଓ ତୃତୀୟ ଶ୍ରେଣୀରେ ୧୪, ୮୫୨ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିଲେ। ୨ଟି ସ୍କୁଲରେ କେହି ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇନାହାନ୍ତି ।
ସୂଚନା ଥାଉକି, ଚଳିତ ବର୍ଷ ମୋଟ୍ ୧, ୧୪୫ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ପରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ସେଥି ମଧ୍ୟରୁ ବିଜ୍ଞାନରେ ୯୧, ୩୭୯ ଜଣ, ବାଣିଜ୍ୟରେ ୨୩, ୧୪୮ ଜଣ, କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେପଟେ ମାର୍ଚ୍ଚ ୧ ରୁ ଏପ୍ରିଲ୍ ୫ ପର୍ଯ୍ୟନ୍ତ ଚାଲିଥିଲା ପରୀକ୍ଷା। ସିବିଏସଇ ବୋର୍ଡ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇ ଥିବାବେଳେ ସିଏଚଏସଇ ଅଧୀନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ରେଜଲ୍ଟ ପାଇଁ ଅପେକ୍ଷା କରିଛନ୍ତି।