ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୩ ଗୁରୁତର

Published By : Prameya-News7 Bureau | November 20, 2022 IST

ଟିଟିଲାଗଡ଼, ୨୦।୧୧: ଆଜି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଟିଟିଲାଗଡ଼ ଥାନା ଅନ୍ତର୍ଗତ ଲକ୍ଷ୍ମିପଦର ଗାଁ ନିକଟରେ ଦୁଇ ମୋଟର ସାଇକେଲ୍ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଯୁବକ ଗୁରୁତର ହୋଇଛନ୍ତି । ତିନି ବ୍ୟକ୍ତିଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ସମସ୍ତଙ୍କୁ ବଲାଙ୍ଗିର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । 

ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ହେଲେ ଚଲକି ଗାଁର ମୋହନ ମାଝୀ (୨୮)। ମୋହନ ମାଝୀ ନିଜ ଭଣଜା ନେପାଲ ମାଝୀ ସହିତ କୌଣସି କାମରେ ଟିଟିଲାଗଡ଼ ଆସିଥିଲେ । କାମ ସାରି ଘରକୁ ଫେରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ମୋଟରସାଇକଲ୍ ତାଙ୍କୁ ଧକ୍କା ଦେଇଥିଲା । ଟିଟିଲାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ଡାକ୍ତରଖାନାକୁ ଆଣିଥିଲା । ହେଲେ ଡାକ୍ତର ଜଣଙ୍କୁ ମୃତ ଘୋଷାଣ କରିଥିବା ବେଳେ ଅନ୍ୟ ଦୁଇ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.