ପଦ୍ମପୁର ୨୫।୧୦: ବରଗଡ଼ ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ନରସିଂହପୁର ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏକ କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ମାନେ ହେଲେ ରୋହିତ ରଣା ଓ କର୍ଣ୍ଣ ରଣା । ଉଭୟେ ବୌଦ୍ଧ ଜିଲ୍ଲାର ଘଣ୍ଟାପଡ଼ା ଥାନା ଅଞ୍ଚଳର ବାସିନ୍ଦା ବୋଲି ସୂଚନା ମିଳିଛି ।

Also Read:- ଧାନ ପାଚିଲା ବେଳକୁ ବାତ୍ୟା ଭୟ, ଚାଷୀଙ୍କ ଚିନ୍ତା ବଢ଼ାଇଲା ପ୍ରବଳ ବର୍ଷା ଆଶଙ୍କା

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପଦ୍ମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ଏହି ଦୁର୍ଘଟଣାକୁ ନେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Watch Video: