ଭୁବନେଶ୍ୱର ୨୧/୦୮: ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଚାଲିଗଲା ଦୁଇଟି ଜୀବନ। ଦ୍ରୁତ ଗତିରେ ବୁଲେଟ ଚଳାଉଥିବା ବେଳେ ଦୁର୍ଘଟଣା। ହଠାତ୍ ସ୍ପିଡ ବ୍ରେକର ଆସିଯିବାରୁ ଭାରସାମ୍ୟ ହରାଇଲେ ବୁଲେଟ ଚାଳକ । ବୁଲେଟ ସହ ଇଲେକ୍ଟ୍ରିକ୍ ପୋଲ, ଗଛ ଏବଂ ପାର୍କିଂରେ ଥିବା କାର୍ ରେ ପିଟି ହେଲେ ଦୁଇ ଯୁବକ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ପାଖରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃକମାନେ ହେଲେ ଦୁଇ ଯୁବକ ହେଲେ ଦେବୀ ପ୍ରସାଦ ପରିଡା ଏବଂ ଅନ୍ଵେସ ସତ୍ୟଦର୍ଶନ ଦାସ। ଉଭୟ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ହୋଇଥିବା ସୂଚନା । ସେପଟେ ନୟାପଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ସୂଚନା ଥାଉକି, ବିଳମ୍ୱିତ ରାତିରେ ଦୁଇ ଜଣ ଯୁବକ ହାଇ ସ୍ପିଡରେ ବାଇକ ଚଲାଇ ଯାଉଥିଲେ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ଭାରସାମ୍ୟ ହରାଇଥିଲା ଗାଡି । ସେହି ସମୟରେ ଗାଡିର ବେଗ ଅଧିକ ଥିବାରୁ ଇଲେକ୍ଟ୍ରିକ୍ ପୋଲ, ଗଛ ଓ ପାର୍କିଂରେ ଥିବା କାର୍ ସହ ପିଟି ହୋଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଦୁଇଜଣଙ୍କ ମୃତ୍ୟୁ ହୋଇଛି ।