oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ପ୍ରକାଶ ପାଇଲା +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ, ବିଜ୍ଞାନରେ ୯୪.୧୨ ଓ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ

27/07/2022 at 4:08 PM

ଭୁବନେଶ୍ୱର, ୨୭/୦୭: ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଛି । ବୁଧବାର ୪ଟା ସମୟରେ ଏହି ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଛି । କଳାର ଫଳାଫଳ ଅଗଷ୍ଟ ୮ରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ  ସୂଚନା ଦେଇଛନ୍ତି ।

ଛାତ୍ରଛାତ୍ରୀମାନେ  www.orissaresults.nic.in ରେ ରେଜଲ୍ଟ ଦେଖି ପାରିବେ । ଅପରାହ୍ନ ୫ଟା ସମୟରେ ଛାତ୍ରଛାତ୍ରୀମାନେ ନିଜର ରୋଲ୍‌ ନମ୍ୱର ଦେଇ ପରୀକ୍ଷା ଫଳ ଜାଣିପାରିବେ । ବିଜ୍ଞାନରେ ୯୪.୧୨ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ ହୋଇଛି । ବିଜ୍ଞାନରେ ମୋଟ ୭୬,୬୦୪ ଜଣ ପିଲା ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୭୨,୧୦୬ ଜଣ ପାସ୍‌ କରିଛନ୍ତି । ପୁଅଙ୍କ ମଧ୍ୟରୁ ୪୫,୫୮୭ ଜଣ ପାସ୍‌ କରିଥିବା ବେଳେ ପାସ୍‌ ହାର ୯୩.୮୦ ପ୍ରତିଶତ ରହିଛି । ସେହିପରି ବାଳିକାଙ୍କ ମଧ୍ୟରୁ ୩୨,୫୧୯ ପାସ୍‌ ହୋଇଥିବା ବେଳେ ପାସ୍‌ ହାର ୯୪.୫୨ ପ୍ରତିଶତ ରହିଛି ।

ସେହିପରି ପ୍ରଥମ ଶ୍ରେଣୀରେ ୫୦,୧୮୭ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୧୪, ୯୩୨ ଏବଂ ତୃତୀୟ ଶ୍ରେଣୀରେ ୬, ୯୧୦ ଜଣ ପାସ୍‌ ହୋଇଛନ୍ତି । ୧୧୨୪ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ୧୦୦ ପ୍ରତିଶତ ପିଲା ପାସ୍‌ କରିଛନ୍ତି ।  

   Related Posts