ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୨ ସଂକ୍ରମିତ

Published By : Prameya-News7 Bureau | January 01, 2024 IST

ଭୁବନେଶ୍ୱର ୦୧/୦୧: ରାଜ୍ୟରେ ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଆଉ ୨ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ ହୋଇଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮ ଥିବା ବେଳେ ଆଜି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।

wp:embed {"url":"https://www.prameyanews7.com/five-new-corona-positive-detected-in-odisha/","type":"wp-embed","providerNameSlug":"prameya-news-7"}
https://www.prameyanews7.com/five-new-corona-positive-detected-in-odisha/
/wp:embed

ସେପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବା ପରେ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଯଦି କୌଣସି ବ୍ୟକ୍ତିଙ୍କୁ ଥଣ୍ଡା ଜ୍ୱର ଲାଗିରହୁଛି ସେମାନଙ୍କୁ ତୁରନ୍ତ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ପୂର୍ବ ଭଳି କରୋନା ଟେଷ୍ଟିଂ ସେଣ୍ଟର ସବୁବେଳେ ଖୋଲା ରହୁଥିବା ନେଇ ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.