Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ସୁରକ୍ଷା କର୍ମୀଙ୍କ ଗୁଳିର ୨ ଆତଙ୍କବାଦୀ ମୃତ

26/11/2019 at 10:21 PM

ଶ୍ରୀନଗର ୨୬।୧୧- ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ଏନକାଉଣ୍ଟର୍ । ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ସମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତକମାନେ ହିଜବୁଲ ମୁଜାହିଦ୍ଦିନ ସଂଗଠନର ବୋଲି ଜଣାପଡ଼ିଛି । ପୁଲୱାମା ଜିଲ୍ଲାର ଦ୍ରବଗାମ ଅଞ୍ଚଳରେ ସେନା ପକ୍ଷରୁ ପାଟ୍ରୋଲିଂ କରାଯାଇଥିଲା । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ । ଫଳରେ ଯବାନମାନଙ୍କ ପକ୍ଷରୁ କଡ଼ା ଜବାବ ଦିଆଯାଇଥିଲା । ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରାଯାଇ ରାତି ପର୍ଯ୍ୟନ୍ତ ଗୁଳିବିନିମୟ ଚାଲିଥିଲା ।

ଆଜି ସକାଳେ ଯବାନଙ୍କ ଗୁଳିରେ ୨ ଆତଙ୍କୀ ନିପାତ ହୋଇଥିବା ଜଣାପଡ଼ିଛି । ନିହତ ଆତଙ୍କୀଙ୍କ ମଧ୍ୟରେ ଇରଫାନ୍ ଅହମ୍ମଦ ନାୟର ରହିଛି । ସେ ରିୟାଜ ନାୟକୁର ଘନିଷ୍ଠ ସହଯୋଗୀ ଥିଲା । ୨୦୧୬ରେ ଇରଫାନ ହିଜବୁଲ୍ ସଂଗଠନରେ ସାମିଲ ହୋଇଥିଲା । ଅନ୍ୟ ଜଣେ ଆତଙ୍କବାଦୀ ହେଉଛି ଇରଫାନ ରାଥର, ଯିଏ ୨୦୧୭ରୁ ସକ୍ରିୟ ରହିଥିଲା । ଇରଫାନକୁ ଯବାନମାନେ ନିହତ କରିବା ପରେ ତା’ର ସାର୍ଟ ପକେଟରୁ ଠିକଣା ପାଇଥିଲେ । ସଂପୃକ୍ତ ଅଞ୍ଚଳରେ ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

   Related Posts