ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

Published By : Prameya-News7 Bureau | April 13, 2025 IST

ଖଲ୍ଲିକୋଟ ୧୩।୦୪ : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପତ ଲଙ୍ଗଳେଶ୍ୱର ନିକଟରେ ଏକ ଟ୍ରକକୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍‌ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛରେ ଧକ୍କା ହୋଇଥିଲା ।ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍ପର ଫେରାର ହୋଇଯାଇଥିଲେ l ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି l ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅନ୍ୟ ଏକ ବସ ଯୋଗେ ସମସ୍ତଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି l

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.