oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୨ କୋଭିଡ୍ ପଜିଟିଭ୍

23/09/2022 at 9:18 AM

ଭୁବନେଶ୍ୱର ୨୩।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୭୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାର ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୦୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୮୬୯୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts