ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍
22/08/2022 at 9:13 AM

ଭୁବନେଶ୍ୱର ୨୨।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୨୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 21st August
— I & PR Department, Odisha (@IPR_Odisha) August 22, 2022
New Positive Cases: 203
Of which 0-18 years: 31
In quarantine: 119
Local contacts: 84
(Details of local contacts will be shared by concerned District)
1. Balasore: 5
2. Bargarh: 11
3. Bhadrak: 3
4. Balangir: 14
5. Boudh: 1
6. Cuttack: 10
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।
20. Rayagada: 4
— I & PR Department, Odisha (@IPR_Odisha) August 22, 2022
21. Sambalpur: 8
22. Sonepur: 6
23. Sundargarh: 34
24. State Pool: 7
New recoveries: 319
Cumulative tested: 33035412
Positive: 1325264
Recovered: 1313679
Active cases: 2368
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୨୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୬୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୩୬୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୩୫୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।