Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୪ କୋଭିଡ୍ ପଜିଟିଭ୍

1/07/2022 at 8:49 AM

ଭୁବନେଶ୍ୱର ୦୧।୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୯୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୨୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୯୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୧୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୯୭୪୮୧ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts