AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍

23/08/2022 at 9:13 AM

ଭୁବନେଶ୍ୱର ୨୩।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୪୦୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୪୯୪୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts