ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୦୬ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 16, 2021 IST

ଭୁବନେଶ୍ୱର ୧୬।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୮୬୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୮୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୬୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୪୭୫୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୯୪୫୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.