ଆସନ୍ତାକାଲିର ରାଶିଫଳ, ରାସ୍ତାରେ ଅପରିଚିତଙ୍କୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | May 20, 2022 IST

ମେଷ– କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଅତିପ୍ରିୟ ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ । ସାହାର୍ଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ । ରତବରିଆ ଭାବରେ ନିଜର କାମଗୁଡିକ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଶୀଳ୍ପ,ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ - ଆଜି ଆକସ୍ମିକ ଭାବରେ ସମସ୍ୟାର ସରଳ ସମାଧାନ ହୋଇଯିବ । ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପ୍ରଯତ୍ନ କଲେ ସଫଳ ହେବେ । ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପରିବାରର ସଦସ୍ୟଙ୍କ ତରଫରୁ ସମସ୍ୟା ଆସିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ ସମସ୍ୟା ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ତରରେ ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବ । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା – କୌଣସି ବ୍ୟକ୍ତି ଠାରୁ ହଠାତ୍ ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି । ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ପଡୋଶୀମାନେ ବିଭିନ୍ନ ପ୍ରକାରର ଝମେଲା କରିପାରନ୍ତି । ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଲୋଡିପାରନ୍ତି । ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ଆଶଙ୍କା ରହିଛି ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି । ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତା ପୂରଣ କରିବେ । ବ୍ୟବସାୟ ଓ ପରିବହନରେ ଦେଖି ଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ଧନୁ – ରାସ୍ତାରେ ଅପରିଚିତଙ୍କୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉତ୍ତରଭାଦ୍ରପଦ ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରିପାରନ୍ତି । ମାନସିକ ସନ୍ତୁଳନ ରକ୍ଷାରେ ଅସମର୍ଥ ହେବେ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର –ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଜମେଲା ଭିତରେ ହିଁ ସମ୍ପନ୍ନ ହେବ । ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । ଅଟକିଥିବା କାମଟି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇ ନେବେ ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ସ୍ୱାସ୍ଥ୍ୟ ହାନି ଘଟିପାରେ । ପୁନଶ୍ଚ ବିଭିନ୍ନ ପ୍ରକାରର ଘରୋଇ ଅଶାନ୍ତି କାରଣରୁ ମନଟା ଭଲ ରହିବ ନାହିଁ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ । ନତୁବା ହଜିଯିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବୀ-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ - ସାମଗ୍ରିକ ଦୃଷ୍ଟି କୋଣରୁ ଦିନଟି ପ୍ରୀତିପ୍ରଦ ରହିବ । ଆର୍ଥିକ ପରିସ୍ଥିିତି ବଦଳାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଉପାୟ ଅବଲମ୍ବନ କରିପାରନ୍ତି । ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲରେ ଆଜିର ଯାତ୍ରାରେ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.