ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ନିଲାମ ଦ୍ୱାରା ବଢିବ ରାଜସ୍ୱ

Published By : Prameya-News7 Bureau | July 22, 2025 IST

ଭୁବନେଶ୍ବର ୨୨।୭: ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି । 

ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍‌ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ମନ୍ତ୍ରୀ କହିଛନ୍ତି । 

ତେବେ ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ ବୋଲି ଖଣି ମନ୍ତ୍ରୀ କହିଛନ୍ତି । ଏହାସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ଅଧିକ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ବୋଲି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।


You Can Read:

AIIMSରେ ବିଶ୍ଵର ସବୁଠୁ ଛୋଟ ଜରୁରୀକାଳୀନ ହସ୍ପିଟାଲ ‘ଭିଷମ୍ କ୍ୟୁବ୍’, ବିପର୍ଯ୍ୟୟରେ ବଞ୍ଚାଇବ ଜୀବନ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.